ଦେଶର ୬ଟି ରାଜ୍ୟରେ ରାଜ୍ୟପାଳ ନିଯୁକ୍ତି ଓ ଅଦଳବଦଳ ନେଇ ଘୋଷଣା କରାଯାଇଛି। ଏନେଇ ରାଷ୍ଟ୍ରପତିଙ୍କ ପକ୍ଷରୁ ନିଯୁକ୍ତି ସମ୍ପର୍କିତ ସୂଚନା ଜାରି କରାଯାଇଛି। ଘୋଷଣା ଅନୁଯାୟୀ, ସିକ୍କିମର ରାଜ୍ୟପାଳ ଓମ୍ ପ୍ରକାଶ ମାଥୁରଙ୍କୁ କେରଳର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ସେହିପରି କେରଳର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ତାମିଲନାଡୁର ରାଜ୍ୟପାଳ ଦାୟିତ୍ୱ ଦିଆଯାଇଛି। ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ବ୍ରଜ ମୋହନ ରାମଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଡ. ସୁଧା ଯାଦବଙ୍କୁ କର୍ଣ୍ଣାଟକର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।ଅନ୍ୟପକ୍ଷରେ ଡ. ଧାଲ ସିଂହ ବିସେନଙ୍କୁ ଉତ୍ତରାଖଣ୍ଡର ରାଜ୍ୟପାଳ ଏବଂ ଦୁଷ୍ୟନ୍ତ ଗୌତମଙ୍କୁ ସିକ୍କିମର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତିଙ୍କ ପକ୍ଷରୁ ଜାରି ସୂଚନା ଅନୁଯାୟୀ, ସମ୍ପୃକ୍ତ ରାଜ୍ୟପାଳ ମାନେ ନିଜ ନିଜ କାର୍ଯ୍ୟାଳୟର ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ ଏହି ନିଯୁକ୍ତି କାର୍ଯ୍ୟକାରୀ ହେବ।