ବସ୍ ଓଲଟି ୩୦ ରୁ ଅଧିକ ଆହତ

(ମମତା ସାମଲ): ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅଞ୍ଚଳରେ ଘଟିଛି ସଡକ ଦୁର୍ଘଟଣା । ଏକ ବସ୍ର ଚକା ଫାଟିଯିବାରୁ ବସଟି ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ୩୦ ଜଣ ଆହତ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ଆହତମାନଙ୍କୁ ବଣାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହାସହ ଗୁରୁତରମାନଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ପାରାଦ୍ୱୀପରୁ ରାଉରକେଲା ଯାଉଥିବା ସମୟରେ ବଲାଣୀପାଟଣାଠାରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ପାଖାପାଖି ୩୦ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଅବସ୍ଥାରେ ଅଛନ୍ତି । ଖବର ପାଇ ପୁଲିସ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।