ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୁର୍ଣ୍ଣ ନିଷ୍ପତ୍ତି, ୪ଟି ପ୍ରସ୍ତାବ ଉପରେ ମୋହର

ଭୂବନେଶ୍ଵର: ରାଜ୍ୟ କ୍ୟାବିନେଟ୍ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସମେତ ବିଭାଗୀୟ ମନ୍ତ୍ରୀ ଓ ସତିବ ଉପସ୍ଥିତ ଥିଲେ। ବୈଠକରେ ୪ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ। ବୈଠକରେ ଅନ୍ୟ ବିଭାଗର ସଚିବ ଓ ମନ୍ତ୍ରୀମାନେ ଉପସ୍ଥିତ ଥିଲେ।

ସୂଚନା ଅନୁସାରେ, ରାଜ୍ୟ କ୍ୟାବିନେଟ୍ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର । ୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର । ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ର ସଂଶୋଧନ ପାରିତ । କାରଖାନା ୧୯୪୮ର ସଂଶୋଧନ ଆଇନ ମଧ୍ୟ ହେଲା ପାରିତ । ୨୦ କିମ୍ବା ଅଧିକ କର୍ମଚାରୀ ଥିବା ଦୋକାନ, ବ୍ୟବସାୟ ପ୍ରତିଷ୍ଠାନ ପାଇଁ ଲାଗୁ । ଓଡ଼ିଆ ଭାଷାରେ ସାଇନବୋର୍ଡ ଲେଖିବା ମଧ୍ୟ ବାଧ୍ୟତାମୂଳକ । ଦୈନିକ କାର୍ଯ୍ୟ ନିର୍ଘଣ୍ଟ ୯ ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି । ସପ୍ତାହକରେ ୪୮ ଘଣ୍ଟାରୁ ଅଧିକ କାମ କଲେ ଓଭରଟାଇମ୍‌ ମିଳିବ । ସେହିପରି ମହିଳା କର୍ମଚାରୀ ଚାହିଁଲେ ସମ୍ମତି ପତ୍ର ଦେଇ ରାତିରେ କାର୍ଯ୍ୟ କରିପାରିବେ । ମହିଳା କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସୁରକ୍ଷା ବ୍ୟବସ୍ଥା କରିବେ । ଗଣଶିକ୍ଷା ବିଭାଗର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ମଞ୍ଜୁରୀ । ପ୍ରତି ପଞ୍ଚାୟତରେ ଗୋଟିଏ ଲେଖାଏଁ ଆଦର୍ଶ ବିଦ୍ୟାଳୟ ସ୍ଥାପନ ହେବ । ଘଟଗାଁ ତାରିଣୀ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ୨୨୬ କୋଟି ମଞ୍ଜୁର । ୫୯ ଏକର ଜମିକୁ ନେଇ ପାରିପାର୍ଶ୍ବିକ ବିକାଶ ପାଇଁ DPR ପ୍ରସ୍ତୁତ ହେବ ।