ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣାରେ ଗିରଫ ୩ ଅଭିଯୁକ୍ତଙ୍କୁ ଜେରା କରୁଛି ସିବିଆଇ

ଭୁବନେଶ୍ୱର:ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣାରେ ଗିରଫ ୩ ଅଭିଯୁକ୍ତଙ୍କୁ ଜେରା କରୁଛି ସିବିଆଇ । ଚନ୍ଦକା ଥାନାରେ ସିବିଆଇର ୫ ଜଣିଆ ଟିମ୍ ପଚରାଉଚରା କରୁଛନ୍ତି । ୫ ଦିନିଆ ରିମାଣ୍ଡରେ ଅଛନ୍ତି ୩ ଅଭିଯୁକ୍ତ । ସିବିଆଇର ସ୍ୱତନ୍ତ୍ର ଅଧିକାରୀ ତିନି ଜଣଙ୍କୁ ପଚରାଉଚୁରା କରୁଛନ୍ତି । ସୁରକ୍ଷା ଦୃଷ୍ଟିରୁ ଅଭିଯୁକ୍ତମାନଙ୍କୁ ଚନ୍ଦକା ଥାନାରେ ରଖି ପଚରାଉଚୁରା କରାଯାଉଛି। ଏହାଛଡ଼ା ଆଉ ଜଣେ ରେଳ କର୍ମଚାରୀଙ୍କୁ ସିବିଆଇ ସମନ୍ କରିଥିବାର ବି ସୂଚନା ମିଳିଛି।
ସୂଚନାଯୋଗ୍ୟ, କାର୍ୟ୍ୟରେ ଅବହେଳା ଓ ଦୁର୍ଘଟଣାର କାରଣ ଲୁଚାଇଥିବାରୁ ଜାତୀୟ ତଦନ୍ତକାରୀ ସଂସ୍ଥା ସିବିଆଇ ଗତକାଲି ଏହି ମାମଲାରେ ତିନି ଜଣ ବୈଷୟିକ ଅଧିକାରୀଙ୍କୁ ଗିରଫ କରିଥିଲା। ସେମାନେ ହେଲେ ସିଗନାଲ୍ ବିଭାଗର ବରିଷ୍ଠ ସେକ୍ସନ୍ ଇଞ୍ଜିନିୟର ଅରୁଣ କୁମାର, ସେକ୍ସନ୍ ଇଞ୍ଜିନିୟର ମହମ୍ମଦ ଅମୀର ଖାନ ଓ ଟେକ୍ନିସିଆନ୍ ପପୁ କୁମାର। ସିଆରପିସି ୩୦୪ ଓ ୨୦୧ ଧାରାରେ ସେମାନଙ୍କୁ ଗିରଫ କରାଯାଇଛି।
ଦୁର୍ଘଟଣା ଦିନ କଣ ଘଟିଥିଲା? ସିଗନାଲରେ କେତେବେଳେ ତ୍ରୁଟି ଦେଖାଯାଇଥିଲା? ଏନେଇ ଅଧିକାରୀମାନେ କେତେବେଳେ ଜାଣିଲେ? ସମସ୍ୟାର ସମାଧାନ ପାଇଁ କଣ ପଦକ୍ଷେପ ନେଇଥିଲେ? ଏମିତି ଏକାଧିକ ପ୍ରଶ୍ନର ଉତ୍ତର ଖୋଜୁଛନ୍ତି ସିବିଆଇ ଅଧିକାରୀ । ୧୧ ତାରିଖରେ ଏମାନଙ୍କୁ ପୁଣି କୋର୍ଟରେ ହାଜର କରିବ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ । ଶୁକ୍ରବାର ବାହାନଗା ଟ୍ରେନ ଦୁର୍ଘଟଣାରେ ୩ ଜଣଙ୍କୁ ଗିରଫ କରିଥିଲା ସିବିଆଇ । ସ୍ୱାସ୍ଥ୍ୟ ପରୀକ୍ଷା ପରେ ସେମାନଙ୍କୁ ସିବିଆଇ କୋର୍ଟରେ ହାଜର କରାଯାଇଥିଲା