ଭୁବନେଶ୍ବର: ରାଜ୍ୟରେ ବର୍ତ୍ତମାନ ଲାଗି ରହିଛି କାଳବୈଶାଖୀ ବର୍ଷା । ପ୍ରବଳ ପବନ ସାଙ୍ଗକୁ ବିଜଳି ଘଡ଼ଘଡି ସହ କୁଆପଥର ବର୍ଷାରେ ନାହିଁ ନଥିବା ହଇରାଣ ହେଉଛନ୍ତି ରଜ୍ୟବାସୀ । ତେବେ ଆହୁରି ୪ଦିନ କାଳବୈଶାଖୀ ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ଆଜି ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଞ୍ଜାମ, ଗଜପତି ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି, କୁଆପଥର ସହ ଝଟକା ପବନ ସମ୍ଭାବନା ରହିଛି ।
ସେହିପରି ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲା ପାଇ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି। କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି, କୁଆପଥର ସହ ଝଟକା ପବନ ସମ୍ଭାବନା ରହିଛି ।