ଭୁବନେଶ୍ୱର(ରିପୋର୍ଟର୍ସ ଟୁଡେ) : ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ରାଜ୍ୟରେ ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବା ସହିତ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ଦେବଗଡ, ସମ୍ବଲପୁର, ସୋନପୁର, ବରଗଡ,ବଲାଙ୍ଗୀର ଓ ନୂଆପଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ମୟୁରଭଞ୍ଜ,ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା,ଜଗତସିଂହପୁର,କଟକ, ଖୋର୍ଦ୍ଧା ଓ ପୁରୀରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।