ଓଡିଶାରେ ହାଲୁକା କୁହୁଡ଼ି ସହ ହାଲୁକା ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର:ପୁଣି ରାଜ୍ୟରେ ବଦଳିବ ପାଗ । ଆସନ୍ତା କାଲି ଠାରୁ ଦକ୍ଷିଣ ଓଡିଶାରେ ହାଲୁକା କୁହୁଡ଼ି ସହ ଉତ୍ତର ଓଡିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ସକ୍ରିୟ ଥିବା ପଶ୍ଚିମା ଝଡ ପ୍ରଭାବରେ ଆସନ୍ତାକାଲି ଉତ୍ତର ଓଡ଼ିଶାର ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର ଏବଂ ମୟୂରଭଞ୍ଜରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିଭଳି ୨ ତାରିଖରେ ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର ଏବଂ କେନ୍ଦୁଝରରେ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ସେହିଭଳି ୩ ତାରିଖ ବେଳକୁ ରାଜ୍ୟରେ ପୁଣି ପାଗରେ ପରିବର୍ତ୍ତନ ହେବ। ଅଧିକାଂଶ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ସେପଟେ ବାୟୁମଣ୍ଡଳରେ ଜଳିୟବାଷ୍ପର ପରିମାଣ ଅଧିକ ରହୁଥିବାରୁ ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୂତ ହେବାର ସମ୍ଭାବନା ରହିଛି ।