୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର

ଭୁବନେଶ୍ୱର: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ୨୭ତାରିଖରେ ସେ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ । ମହାପ୍ରଭୁଙ୍କ ଦର୍ଶନ ପରେ ସେ କୋଣାର୍କ ଗସ୍ତ କରିବେ। ୨୮ ତାରିଖରେ ସେ ରଘୁରାଜପୁର, ଧଉଳି ଶାନ୍ତି ସ୍ତୂପ, ଖଣ୍ଡଗିରି, ଉଦୟଗିରି ଏବଂ ମୁକ୍ତେଶ୍ୱର ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟ ନିର୍ବାଚନ କମିଶନର ୨୯ତାରିଖ ଅପରାହ୍ନ ୩ଟା ସମୟରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଡ଼ିଟୋରିୟମରେ ବୁଥ୍ ସ୍ତରୀୟ ଅଧିକାରୀମାନଙ୍କ ସହ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଅଧ୍ୟକ୍ଷତା କରି ସେମାନଙ୍କୁ ସମ୍ବୋଧନ କରିବେ ଏବଂ ସେହିଦିନ ରାତିରେ ଭୁବନେଶ୍ୱରରୁ ପ୍ରତ୍ୟାବର୍ତ୍ତନ କରିବାର କାର୍ଯକ୍ରମ ରହିଛି ।