ଅନୁଗୁଳ (ଜ୍ୟୋତିରଞ୍ଜନ ଧର): ଅନୁଗୁଳରେ ଆରମ୍ଭ ହୋଇଛି ବିକାଶର ସ୍ୱର୍ଣ୍ଣିମ ଅଧ୍ୟାୟ । ସ୍ମାର୍ଟ ହେଲଥ କାର୍ଡ ଯୋଜନାରେ ଆଜି ଯୋଡି ହୋଇଛି ଅନୁଗୁଳ ଜିଲ୍ଲା । ଅନୁଗୁଳ ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁଗୁଳରେ BSKY ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ।
ଜିଲ୍ଲାରେ ୧୧୭୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଏବଂ ୯୨୪ କୋଟି ଟଙ୍କାର ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଛି । ପାଇପ ଯୋଗେ ପାନୀୟ ଜଳଯୋଗାଣକୁ ଗୁରୁତ୍ୱ ଦିଆଯାଇଛି । ସ୍ମାର୍ଟ ହେଲଥ କାର୍ଡ ଦ୍ୱାରା ଅନୁଗୁଳ ଜିଲ୍ଲାର ପ୍ରାୟ ୧୦ଲକ୍ଷ ଲୋକ ସୁବିଧା ପାଇପାଇବେ । ହେଲଥ କାର୍ଡ ପାଇଥିବା ହିତାଧିକାରୀଙ୍କୁ ଦେଶର ବଡ଼ବଡ଼ ୨ ଶହ ହସ୍ପିଟାଲରେ ମିଳିବ ଚିକିତ୍ସା ସୁବିଧା, ବିନା କୌଣସି ଅସୁବିଧାରେ ଡାକ୍ତରଖାନାରେ ନିଜର ଚିକିତ୍ସା କରାଇପାରିବେ । ସ୍ମାର୍ଟ ହେଲ୍ଥ କାର୍ଡ ଦ୍ୱାରା ପୁରୁଷଙ୍କୁ ୫ ଲକ୍ଷ ଓ ମହିଳାଙ୍କୁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ମିଳିବ । ଏପରି ସୁବିଧା ଦେବାରେ ସାରା ଦେଶରେ ଓଡ଼ିଶା ପ୍ରଥମ ରାଜ୍ୟ ଭାବରେ ଉଭା ହୋଇଛି ।