ବ୍ୟୁରୋ : ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଵର୍ଗତ ମହାନ୍ତି ଜଣେ ଦକ୍ଷ ସଂଗଠକ,ସମାଜସେବୀ ଓ ପରୋପକାରୀ ବ୍ୟକ୍ତି ଭାବେ ସମସ୍ତଙ୍କର ପ୍ରିୟ ଭାଜନ ଥିଲେ । ୨୦୦୯ ଏବଂ ୨୦୧୪ ରେ କ୍ରମାଗତ ଭାବେ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ରୁ ନିର୍ବାଚିତ ହୋଇ ସେ ତାଙ୍କ ଲୋକପ୍ରିୟତା କୁ ପ୍ରମାଣିତ କରିଛନ୍ତି । ଛାତ୍ର ରାଜନୀତିରୁ ରାଜନୈତିକ କ୍ୟାରିୟର ଆରମ୍ଭ କରି ଭୁବନେଶ୍ୱର ଯୁବ ବର୍ଗ ଙ୍କ ପାଖ ରେ ବାଦଲ ଭାଇ ଭାବେ ସେ ସୁପରିଚିତ ଥିଲେ । ସମାଜ ର ଗରିବ ଓ ଅବହେଳିତ ଙ୍କ କଲ୍ୟାଣ ସାଧନ କୁ ସେ ସର୍ବଦା ପ୍ରାଧାନ୍ୟ ଦେଉଥିଲେ ।
ଭୁବନେଶ୍ୱର ମଧ୍ୟ ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ଗଭୀର ମର୍ମାହତ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।
ଓଁ ଶାନ୍ତି 🙏
— Mohan Charan Majhi (@MohanMOdisha) December 22, 2024