କେନ୍ଦ୍ର ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ର ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଜୀ ମନ୍ତ୍ରୀ ଶ୍ରୀ ବି ଯାଦବଙ୍କ ସହ ସାକ୍ଷାତ କରିଥିଲେ ।

ଏହି ଅବସରରେ ଓଡିଶା ସମ୍ବନ୍ଧୀୟ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ସହ ପରିବେଶ ସୁରକ୍ଷା, ବନ ସଂରକ୍ଷଣ, ଜଳବାୟୁ ଅନୁକୂଳତା ଏବଂ ବୃହତ୍ତର ବିକାଶ ଆଦି ବିଷୟ ଗୁଡିକ ଉପରେ ଆଲୋଚନା କରିଥିଲେ ।