ଆରବିଆଇ ର ଡେପୁଟି ଗଭର୍ଣ୍ଣର ଭାବରେ ନିଯୁକ୍ତି ପାଇଥିବାରୁ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର :- ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବରେ ନିଯୁକ୍ତି ପାଇଥିବାରୁ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶିରୀଶ ଚନ୍ଦ୍ର ମୁର୍ମୁ ହେଉଛନ୍ତି ଜମ୍ମୁ-କଶ୍ମୀରର ପ୍ରଥମ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ସାନ ଭାଇ ।

ମୁଖ୍ୟମନ୍ତ୍ରୀ କହିଛନ୍ତି,ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବରେ ନିଯୁକ୍ତି ପାଇଥିବାରୁ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ଜଣେ ସୁଯୋଗ୍ୟ ଓଡ଼ିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ ।
ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ଡେପୁଟି ଗଭର୍ଣ୍ଣର ଭାବରେ ନିଯୁକ୍ତି ପାଇଥିବାରୁ ଶ୍ରୀ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ଜଣେ ସୁଯୋଗ୍ୟ ଓଡ଼ିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। RBI ର କାର୍ଯ୍ୟନିର୍ବାହୀ…
— Mohan Charan Majhi (@MohanMOdisha) September 29, 2025