ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହ ସେଓ , ପ୍ରଭାତୀ ପରିଡା ଆଜି ଦିଲ୍ଲୀ ଗସ୍ତ କରିବେ । ରାଜ୍ୟରେ ବିଜେପି ସରକାର କରିବା ପରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେଯିବେ । ଏହି ଗସ୍ତ କାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କୁ ଦିଲ୍ଲୀରେ ଭେଟିବାର କାର୍ଯ୍ୟକ୍ରମ ରହିଛି । ସେହିପରି ଗୃହ ମନ୍ତ୍ରୀ ଅମିତ ଶାହା ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ମଧ୍ୟ ଭେଟିବା ନେଇ କାର୍ଯ୍ୟକ୍ରମ ରହିଛି ।
ସେହିପରି ଦଳର ଶୀର୍ଷ ଆଉ କିଛି ନେତୃତ୍ୱଙ୍କୁ ମଧ୍ୟ ଭେଟି ଆଲୋଚନା କରିବା ନେଇ ସୂଚନା ରହିଛି । ଦେଶ ତଥା ରାଜ୍ୟରେ ଡବଲ ଇଞ୍ଜିନ ସରକାର । ଏହାକୁ ନେଇ ଓଡିଶାରେ ବିଜେପି ସରକାର କିଭଳି କାମ କରିବ । ପ୍ରଧାନମନ୍ତ୍ରୀ ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ଓଡିଶାରେ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାକୁ କିଭଳି ରାଜ୍ୟରେ ନୂଆ ବିଜେପି ସରକାର କାର୍ଯ୍ୟକାରୀ କରିବେ , ସେନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ସିଧାସଳଖ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିବେ ।