ଆଜି ଠାରୁ ତିଦିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଆଜି ଠାରୁ ତିଦିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେଠାରେ ମାଓ ମୁକାବିଲାକୁ ନେଇ ନେଇ ହେବାକୁ ଥିବା ଗୁରୁତ୍ବପୂର୍ଣ୍ଣି ବୈଠକରେ ଯୋଗ ଦେବେ। ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ଏହି ବୈଠକରେ ଅନୁଷ୍ଠିତ ହେବ। ଏହା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନ୍ୟାନ୍ୟ କାର୍ୟ୍ୟକ୍ରମରେ ସାମିଲ ହେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।
ସୂଚନା ଅନୁଯାୟୀ , ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତା ସୋମବାର ୮ଟି ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ । ବୈଠକରେ ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ୟ୍ୟ ସମ୍ପର୍କରେ ଆଲୋଚନା ହେବ ।