ଭୋଟ୍ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଯାଇଛି ମତଦାନ।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମତସାବ୍ୟସ୍ତ କରିଛନ୍ତି। ଭୋଟ୍ ଦେବାପରେ ସେ କାଳି ଲଗା ଆଙ୍ଗୁଳି ଦେଖାଇଥିଲେ। ଏହା ସହିତ ସେ ଭୋଟରଙ୍କୁ ବହୁ ସଂଖ୍ୟାରେ ଆସି ନିଜ ମତଦାନ ଅଧିକାର ସାବ୍ୟସ୍ତ କରିବାକୁ ଅନୁରୋଧ କରିଥିଲେ। ବିଜେଡି ରାଜ୍ୟରେ ସଂଖ୍ୟା ଗରିଷ୍ଠତା ହାସଲ କରିବ ବୋଲି ସେ ଗଣମାଧ୍ୟମକୁ କହିଥିଲେ।