ଆଜିଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜିଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ଓ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ । ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଓଡ଼ିଶା ଫେରିବେ।

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବା ସମ୍ଭାବନା ରହିଛି।  ବିଭିନ୍ନ ଯୋଜନାରେ ବକେୟା ଅର୍ଥ ଓଡ଼ିଶାକୁ ତୁରନ୍ତ ଦେବାକୁ କେନ୍ଦ୍ରକୁ ଦାବି କରିବେ।  କେନ୍ଦ୍ର ସରକାର ଓଡିଶା ପ୍ରତି ବିଭିନ୍ନ କ୍ଷେତ୍ରରେ ଅବହେଳା କରିବା ରାଜ୍ୟ ବିକାଶରେ ବାଧକ ସାଜିଛି। ଏସବୁ ପ୍ରସଙ୍ଗକୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଦରବାରରେ ଉଠାଇ ରାଜ୍ୟ ପାଇଁ ହକ୍ ମାଗିବେ। ତେବେ ଜାତୀୟସ୍ତରରେ ରାଜନୈତିକ ସମୀକରଣ ବଦଳୁଥିବା ବେଳେ ନବୀନଙ୍କ ଦିଲ୍ଲୀଗସ୍ତ ବେଶ ଗୁରୁତ୍ବ ରଖିବ ବୋଲି ସମୀକ୍ଷକ କହିଛନ୍ତି।