ଆଜି ବସ ଟର୍ମିନାଲ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କଟକ: ଆଜି ଲୋକାର୍ପିତ ହେବ ରାଜ୍ୟର ପ୍ରଥମ ଅତ୍ୟାଧୁନିକ ବସ ଟର୍ମିନାଲ । ଅପରାହ୍ନ ୪ଟା ୩୦ରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବସ ଟର୍ମିନାଲ ସହ ସହରରେ ନିର୍ମିତ ହୋଇଥିବା ଓ ହେବାକୁ ଥିବା ୧୨ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏନେଇ ସମସ୍ତ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟୟରେ ପହଞ୍ଚିଛି । ୧୬ ଏକରରୁ ଅଧିକ ଅଞ୍ଚଳରେ ନିର୍ମିତ ଏହି ବସ ଟର୍ମିନାଲ ପାଇଁ ୮୪ କୋଟି ଟଙ୍କା ଖର୍ଚ୍ଛ କରାଯାଇଥିବା କୁହାଯାଉଛି । ଏହି ବସ ଟର୍ମିନାଲକୁ ସ୍ଥାନାନ୍ତରିତ ହେବ କଟକର ବାଦାମବାଡ଼ି, ଅନୁଗୁଳ, ପୁରୀ ଆଦି ସମସ୍ତ ବସ ଷ୍ଟାଣ୍ଡ। ସମସ୍ତ ଅତ୍ୟାଧୁନିକ ସୁବିଧା ସୁଯୋଗ ଉପଲବ୍ଧ କରାଯାଇଛି ଏହି ବସ ଟର୍ମିନାଳରେ। ଏଠାକାର ଅନ୍ୟତମ ମୁଖ୍ୟ ଆକର୍ଷଣ ଏଠାକାର ଆହାର କେନ୍ଦ୍ର। ପଞ୍ଚ ତାରକା ରେଷ୍ଟୁରାଣ୍ଟ ର ଭ୍ରମ ସୃଷ୍ଟି କରୁଛି ଏହି ଆହାର କେନ୍ଦ୍ର। ଜଳଖିଆ ସହିତ ମଧ୍ୟାହ୍ନ ଭୋଜନ, ରାତ୍ରି ଭୋଜନ ଏଠାରେ ଉପଲବ୍ଧ ହେବ।