ଭୁବନେଶ୍ୱର: ୧୯୩୬ ଏପ୍ରିଲ ୧ ଓଡିଶା ପାଇଁ ଅବିସ୍ମରଣୀୟ ଆଜିର ଦିନ । ଭାଷା ଭିତ୍ତିରେ ଆମ ଓଡ଼ିଶାକୁ ମିଳିଥିଲା ସ୍ବତନ୍ତ୍ର ପ୍ରଦେଶର ମାନ୍ୟତା ।ରାଜ୍ୟ ପାଇଥିଲା ସ୍ୱତନ୍ତ୍ର ପରିଚୟ । ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ଉତ୍କଳ ପ୍ରଦେଶ ଗଠନରେ ଅଗ୍ରଣୀ ଭୂମିକା ଥିବା ଜନନାୟକମାନଙ୍କୁ ମନେ ପକାଇବା ସହ ଓଡ଼ିଶାର କଳା, ସଂସ୍କୃତି, ପରମ୍ପରାକୁ ସମୃଦ୍ଧ କରିବାକୁ ବାର୍ତ୍ତା ଦେଇଛନ୍ତି ରାଜ୍ୟପାଳ ।
#ଓଡ଼ିଶାଦିବସ ଅବସରରେ ମାନ୍ୟବର ରାଜ୍ୟପାଳ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ମହାନ ଜନନାୟକମାନଙ୍କ ସ୍ମୃତିଚାରଣ କରିବା ସହ ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟ ଓ ଅନନ୍ୟ ପରମ୍ପରାକୁ ଆହୁରି ସମୃଦ୍ଧ କରିବାକୁ ସେ ବାର୍ତ୍ତା ଦେଇଛନ୍ତି। #ଉତ୍କଳଦିବସ pic.twitter.com/T6ZpVfEZH5
— Governor Odisha (@GovernorOdisha) April 1, 2022
ସେହିଭଳି ଉତ୍କଳ ଦିବସ ଉପଲକ୍ଷେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଆ ଜାତିର ସ୍ଵାଭିମାନକୁ ବଜାୟ ରଖିବା ସହ ଓଡ଼ିଶାର ସମୃଦ୍ଧି ପାଇଁ ଆମର ମିଳିତ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଆହ୍ବାନ ଦେଇଛନ୍ତି ।
ଓଡ଼ିଶା ଦିବସରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ଆସନ୍ତୁ ଓଡ଼ିଆ ଜାତିର ସ୍ଵାଭିମାନକୁ ବଜାୟ ରଖିବା ସହ ଓଡ଼ିଶାର ସମୃଦ୍ଧି ପାଇଁ ଆମର ମିଳିତ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବା। ବନ୍ଦେ ଉତ୍କଳ ଜନନୀ। #OdishaDibasa pic.twitter.com/1XsWOa581J
— Naveen Patnaik (@Naveen_Odisha) April 1, 2022
ଅନ୍ୟପକ୍ଷେ ଏହି ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉତ୍କଳ ଦିବସ ଅବସରରେ ଓଡିଶାର ଜନତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ‘ଏହି ରାଜ୍ୟର ଅନନ୍ୟ ସାଂସ୍କୃତିକ ଐତିହ୍ୟ, ପ୍ରାକୃତିକ ସୌନ୍ଦର୍ୟ୍ୟ, ସ୍ଥାପତ୍ୟ, ହସ୍ତଶିଳ୍ପ ଏବଂ ନୃତ୍ୟ କଳା ପାଇଁ ଦେଶ ଗର୍ବିତ ଯାହା ମାନବିକତାକୁ ପ୍ରେମ ଏବଂ ଶାନ୍ତିର ଅନନ୍ତ ବାର୍ତ୍ତା ଦେଇଛି’ । ରାଷ୍ଟ୍ରପତି ଆହୁରି ମଧ୍ୟ ଲେଖିଛନ୍ତି, “ଓଡିଶାର ନିରନ୍ତର ବିକାଶ ପାଇଁ ମୋର ଶୁଭେଚ୍ଛା’।
उत्कल दिवस पर सभी को, विशेषकर ओडिशा के लोगों को बधाई। मानवता को प्रेम और शांति का शाश्वत संदेश देने वाली इस भूमि की अद्वितीय सांस्कृतिक विरासत, प्राकृतिक सौंदर्य, वास्तुकला, हस्त कला तथा नृत्य कला पर देश को गर्व है।ओडिशा के निरंतर विकास के लिए मेरी शुभकामनाएं।
— President of India (@rashtrapatibhvn) April 1, 2021
Greetings on the special occasion of Utkala Dibasa. I bow to the unique culture of Odisha. The people of Odisha have contributed immensely to India’s progress. May the people of the state be blessed with happiness and good health.
— Narendra Modi (@narendramodi) April 1, 2021
ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ଖୁସି ଓ ସୁସ୍ଥ ଜୀବନ କାମନା କରିଛନ୍ତି । ଏହା ସହ ଓଡିଶାର ଅନନ୍ୟ ସଂସ୍କୃତିକୁ ଶତତ ସମ୍ମାନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ।