ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମ୍ୟାଚ ପ୍ରସ୍ତୁତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର:- କଟକ ବାରବାଟୀ ଷ୍ଟାଡିୟମ୍‌ରେ ପୂର୍ବରୁ ଅନେକ ଅନ୍ତର୍ଜାତୀୟ ମ୍ୟାଚ୍ ସୁବ୍ୟବସ୍ଥିତ ଭାବେ ଭାବେ ଆୟୋଜନ କରାଯାଇଛି । ଆସନ୍ତା ଡିସେମ୍ବର ୯ ତାରିଖରେ କଟକ ବାରବାଟୀରେ ଆୟୋଜିତ ହେବାକୁ ଯାଉଛି ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ । ତେବେ ଏହା ପୂର୍ବରୁ ବାରବାଟୀରେ ମ୍ୟାଚ ଆୟୋଜନ ପାଇଁ ବୁଧବାର ଏକ ପ୍ରସ୍ତୁତି ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି । ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶା କ୍ରିକେଟ୍ ଆସୋସିଏସନ୍‌ ଓ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ ମାନଙ୍କୁ ମ୍ୟାଚ ସୁବ୍ୟବସ୍ଥିତ ଓ ସୁନିୟନ୍ତ୍ରିତ ଏବଂ ତ୍ରୁଟିଶୂନ୍ୟ ଭାବେ ଆୟୋଜିତ ପାଇଁ ପରାମର୍ଶ ଦେଇଛନ୍ତି ।

CM Mohan Majhi reviews preparation for India South Africa t20 series in Barabati

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, କ୍ରିକେଟ ଆମ ଦେଶର ଏକ ଅତ୍ୟନ୍ତ ଲୋକପ୍ରିୟ ଖେଳ । ତେଣୁ ଏହି ମ୍ୟାଚ ପ୍ରତି ସମଗ୍ର ଦେଶ ଓ ବିଶ୍ବର ନଜର ରହିବ । ତେଣୁ ମ୍ୟାଚ ତ୍ରୁଟିଶୂନ୍ୟ ଭାବେ ପରିଚାଳିତ ହେବା ଦରକାର । ଓଡିଶାର ମର୍ଯ୍ୟାଦା ସୁରକ୍ଷିତ ପାଇଁ ସମସ୍ତେ ସଚେତନ ରହିବା ଆବଶ୍ୟକ । ଦିଲ୍ଲୀରେ ହୋଇଥିବା ବିସ୍ଫୋରଣ ପରିପ୍ରେକ୍ଷୀରେ ଏହି ଅନ୍ତର୍ଜାତୀୟ କ୍ରୀଡା ସମୟରେ ପୋଲିସ ପ୍ରଶାସନ ପକ୍ଷରୁ ଲୋକଙ୍କ ସୁରକ୍ଷା ପ୍ରତି ଏକ ଫୁଲ-ପ୍ରୁଫ ବ୍ୟବସ୍ଥା କରାଯିବା ଆବଶ୍ୟକ । ଏଥିପାଇଁ ପୋଲିସ ଅଧିକ ସତର୍କ ରହିବା ଆବଶ୍ୟକ । ଅସୁସ୍ଥ ବ୍ୟକ୍ତି କିମ୍ବା ଅନ୍ୟାନ୍ୟ ଅସୁବିଧା ସ୍ଥଳରେ ଲୋକମାନଙ୍କୁ ନେବା ଆଣିବା ପାଇଁ ଏକ ସୁବ୍ୟବସ୍ଥିତ ଗ୍ରୀନ କରିଡର ବ୍ୟବସ୍ଥା କରାଯିବ । ଭିଡ ନିୟନ୍ତ୍ରଣ, ଟିକେଟ ବିକ୍ରି, ଜରୁରୀ ଚିକିତ୍ସା ବ୍ୟବସ୍ଥା ଆଦି ସମସ୍ତ କାର୍ଯ୍ୟ ଗୁଡିକୁ ଉପଯୁକ୍ତ ଭାବେ ତଦାରଖ କରି ନିର୍ଭୁଲ ଭାବେ ପରିଚାଳନା କରାଯିବ ।

CM Mohan Majhi reviews preparation for India South Africa t20 series in Barabati