ଭୁବନେଶ୍ଵର: ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ଏନେଇ ସୂଚନା ଜାରି କଲା ସାଧାରଣ ପ୍ରଶାସନ ବିଭାଗ । ଅନିବାର୍ଯ୍ୟ କାରଣ ଯୋଗୁଁ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ୨୧ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ, ଗତ ଜୁଲାଇ ୭ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଜୁନ ୩୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ ସେହିମାନେ ଏହି ଶୁଣାଣିରେ ଉପସ୍ଥିତ ଥିଲେ ।