ଭୁବନେଶ୍ୱର: ଘନଘନ ବିଦ୍ୟୁତ କାଟକୁ ନେଇ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକ ଡାକିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ଆସନ୍ତା ସୋମବାର ଲୋକସେବା ଭବନରେ ବସିବ ବୈଠକ । ରାଜ୍ୟର ୪ ବିତରଣ କମ୍ପାନୀର ସିଇଓ ଡକାଯାଇଥିବା ସୂଚନା ରହିଛି । ବାରମ୍ବାର ବିଜୁଳି କାଟ ଜନିତ ସମସ୍ୟାର ସମାଧାନ ନେଇ ହେବ ସମୀକ୍ଷା କରାଯିବ । ଗୁରୁବାର କାଳବୈଶାଖୀ ବର୍ଷା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍ କାଟ ହୋଇଥିଲା । ଏହାକୁ ନେଇ ଉଦ୍ବେଗ ପ୍ରକାଶ କରିଥିଲେ ମୁଖ୍ୟ ଶାସନ ସଚିବ । ଯଦି କାଳବୈଶାଖୀରେ ଏମିତି, ତେବେ ବାତ୍ୟା ହେଲେ କ’ଣ ଅବସ୍ଥା ହେବ ବୋଲି ସେ ପ୍ରଶ୍ନ କରିଥିଲେ ।