ଭୁବନେଶ୍ୱର : ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା । ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକସନ୍ତପ୍ତ ପରିବାରକୁ ଜଣାଇଲେ ସମବେଦନା । ଉଭୟ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ସୂଚନାନୁଯାୟୀ, କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ପିସିଆର ଭ୍ୟାନ୍କୁ ଏକ ହାଇୱା ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ପିସିଆର୍ ଗାଡି ଉପରେ ହାଇୱା ଓଲଟିପଡିବାରୁ ଗାଡ଼ି ସମ୍ପୂର୍ଣ୍ଣ ଭାଙ୍ଗି ଭାଙ୍ଗିଯାଇଥିଲା। ଏହି ଦୁର୍ଘଟଣାରେ ୨ ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିଲେ। ଏନେଇ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୃତକମାନେ ହେଲେ ଲୋକନାଥ ଶବର ଓ ହୋମ୍ଗାର୍ଡ ଜଗବନ୍ଧୁ ମାହାଳୀ।