କୋଭିଡ଼ ନିୟମ କଡ଼ାକଡ଼ି ପାଳନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ଆଜି ସନ୍ଧ୍ୟା ରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ନିମ୍ନୋକ୍ତ ସକଳ୍ପ ଗୃହୀତ ହୋଇଛି । କୋଭିଡ଼୧୯ ମହାମାରୀ ବିରୁଦ୍ଧରେ ଆମର ଲଢ଼େଇ ରେ ଆମର କୋଭିଡ଼ ଯୋଦ୍ଧା ମାନେ ଯେପରି ନିଷ୍ଠା ଓ ତ୍ୟାଗ ମନୋଭାବ ନେଇ କାମ ଜାରି ରଖିଛନ୍ତି ରାଜ୍ୟ କ୍ୟାବିନେଟ ତାର ଉଚ୍ଚ ପ୍ରଶଂସା କରୂଛି । କୋଭିଡ଼ ବିରୁଦ୍ଧରେ ଚାଲିଥିବା ଲଢ଼େଇ ରେ ରାଜ୍ୟ ସରକାର ନେଇ ଥିବା ବିଭିନ୍ନ ପଦକ୍ଷେପ ଯଥା testing tracing vaccination  lockdown ଇତ୍ୟାଦି ରେ ଓଡ଼ିଶା ବାସୀ ଯେଭଳି
ସହଯୋଗ ଯୋଗାଇ ଆସିଛନ୍ତି ସେଥିପାଇଁ ରାଜ୍ୟ କ୍ୟାବିନେଟ ରାଜ୍ୟ ବାସୀଙ୍କ ନିକଟରେ କୃତଜ୍ଞ। ଭବିଷ୍ୟତ କୋଭିଡ଼ ସକ୍ରମଣରୁ ରାଜ୍ୟ ବାସୀଙ୍କୁ ସୁରକ୍ଷା ଦେବା ତଥା ଅମୂଲ୍ୟ ଜୀବନ ରଷା କରିବା ନିମନ୍ତେ ଟୀକାକରଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ଇସ୍ରାଏଲ ପରି ଦେଶ ଯେଉଁ ମାନେ କି ତାଙ୍କ ଜନସଂଖ୍ୟା ର ବୃହତର ଭାଗର ଟୀକାକରଣ କରିସାରିଛନ୍ତି ,ସେମାନେ ଏବେ ସ୍ବାଭାବିକତା ଆଡ଼କୁ ଫେରୁଛନ୍ତି । ରୋଗର ଜଟିଳତା ହ୍ରାସ କରି ରୋଗୀର ଜୀବନ ରଷା ଦିଗରେ ଟୀକାକରଣ ବହୁତ ଫଳପ୍ରଦ ହେଉଥିବା ଜଣାପଡିଛି ।ବିପଦପୂର୍ଣ୍ଣ କାର୍ଯ୍ୟ ପରିବେଶ ସତ୍ବେ କୋଭିଡ଼ ଯୁଦ୍ଧ ରେ ନିୟୋଜିତ ଆମର ଆଗ ଧାଡ଼ି କର୍ମଚାରୀ ତଥା ସ୍ବାସ୍ଥ୍ୟ ସେବା ରେ ନିୟୋଜିତ କର୍ମଚାରୀ ମାନେ ଯେଉଁ ମାନଙ୍କର ସମ୍ପୂର୍ଣ୍ଣ ଟୀକାକରଣ ହୋଇଯାଇଛି। ଆମର ବିପଦସକୁଳ ଜନସାଧାରଣ ଙ୍କ ର ଶୀଘ୍ର ଟୀକାକରଣ ଏବଂ ମୂଲ୍ୟ ବାନ ଜୀବନ ର ସୁରକ୍ଷା ସହିତ ଲୋକଙ୍କ ଜୀବନଜୀବିକା ର ପୁନସ୍ଥାପନରେ ଏହା ସହାୟକ ହେବ ।ଏଥିପାଇଁ ଏକ ବୈଷୟିକ କମିଟି ଗଠନ କରାଯିବ ।
କୋଭିଡ଼ ବିରୁଦ୍ଧରେ ଚାଲିଥିବା ଏ ଲଢ଼େଇ ଏକ ବହୁତ ଲମ୍ବା ଲଢ଼େଇ । ତେଣୁ କେନ୍ଦ୍ର ସରକାର ବିଭିନ୍ନ ସେସ୍ ଓ ସରଚାର୍ଯ୍ୟ ଜରିଆରେ ଆଦାୟ କରୁଥିବା ଅତିରିକ୍ତ ସମ୍ବଳ କୁ ରାଜ୍ୟ ମାନଙ୍କ ମଧ୍ୟ ରେ ଉପଯୁକ୍ତ ଭାବରେ ବଣ୍ଟନ କରାଯିବାର ଆବଶ୍ୟକତା ରହିଛି । ଏହି ଜଟିଳ ପରିସ୍ଥିତିରେ କୋଭିଡ଼ ଲଢ଼େଇ ରେ ରାଜ୍ୟ ମାନଙ୍କ ଅର୍ଥିକ ସ୍ଥିତିକୁ ମଜବୁତ କରିବାରେ ଏହା ଶକ୍ତି ଯୋଗାଇବ ।
ରାଜ୍ୟ ସରକାର ତାଙ୍କର ଉପଲବ୍ଧ ସମ୍ବଳର ବିନିଯୋଗ କରି କୋଭିଡ଼ ବିରୁଦ୍ଧରେ ଲଢ଼େଇକୁ ଜୋରଦାର କରିବା ଏବଂ କୋଭିଡ଼ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇବା ପାଇଁ ତାଙ୍କର ଦୃଢ଼ ସକଳ୍ପର ପୁନଘୋଷଣା କରୁଛନ୍ତି । ଏହି ଅଵସରରେ ରାଜ୍ୟ କ୍ୟାବିନେଟ କୋଭିଡ଼ ନିୟମାବଳୀ ଯଥା ଠିକ୍ ଭାବେ ମାସ୍କ ପିନ୍ଧିବା,ବାରମ୍ବାର ସାବୁନ ରେ ଭଲ ଭାବେ ହାତ ଧୋଇବା, ସାମାଜିକ ଦୂରତା ରଷା କରିବା ,ଘରେ ରହିବା ଏବଂ ଆବଶ୍ୟକତା ନ ଥିଲେ ବାହାରକୁ ନ ଯିବା ଆଦିକୁ କଡ଼ାକଡ଼ି ଭାବରେ ପାଳନ କରିବା ପାଇଁ ଜନସାଧାରଣଙ୍କୁ ବିନମ୍ର ଅନୁରୋଧ ।