ମୟୁରଭଞ୍ଜରେ ମାନ୍ୟବର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୟୁରଭଞ୍ଜ ଜିଲ୍ଲାରେ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନୁସାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଆଜି ମୟୁରଭଞ୍ଜ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଯୋଗ୍ୟ ହିତାଧିକାରୀମାନଙ୍କୁ BSKY ସ୍ମାର୍ଟ କାର୍ଡ ବାଣ୍ଟିବା ସହିତ ଡିଜିଟାଲ ପ୍ଲାଟଫର୍ମରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭ ଉଦଘାଟନ କରିଛନ୍ତି ।
ବାରିପଦା ଛଉ ପଡିଆଠାରେ ହେଲିକପ୍ଟର ଯୋଗେ ଓହ୍ଲାଇ ସ୍ମୃତି ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ । ସେଠାରେ ରାଜସ୍ୱ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାରାଣ୍ଡି ସ୍ୱାଗତ ଦେଇଥିଲେ । ଏହାପରେ ବାରିପଦା ବିଧାୟକ ପ୍ରକାଶ ସୋରେନଙ୍କ ଉଦବୋଧନ ପରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶର ଟୁଡୁ, ଶକ୍ତି, ଉଦ୍ୟୋଗ ଏବଂ ଏମଏସଏମଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଉଦବୋଧନ ଦେଇଥିଲେ । ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ । ଏଥି ସହିତ ଡିଜିଟାଲ ପ୍ଲାଟଫର୍ମରେ ବିଭିନ୍ନ ଉନ୍ନୟନମୂଳକ କାଯ୍ୟ ଉଦଘାଟନ ଏବଂ ଶିଳାନ୍ୟାସ ମଧ୍ୟ କରିଥିଲେ । ଶେଷରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଧନ୍ୟବାଦ ଅର୍ପଣ କରିଥିଲେ ।