ରାଜ୍ୟ କ୍ୟାବିନେଟ୍: ୪ଟି ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

ଭୁବନେଶ୍ଵର: ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ ପ୍ରସ୍ତାବକୁ ଅନୁମୋଦନ । ଏନେଇ ପ୍ରେସମିଟ୍‌ କରି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ ମିଳିଲା କ୍ୟାବିନେଟ ଅନୁମୋଦନ । ଏଥିପାଇଁ ଖର୍ଚ୍ଚ ହେବ ୨୭୩୮ କୋଟି । ସେହିପରି ୫୭ ହଜାର ୫୨୫ ହେକ୍ଟର ଜମିକୁ ମିଳିବ ଜଳସେଚନ ସୁବିଧା । ଖାଦ୍ୟ ପ୍ରକ୍ରିୟାକରଣ ନୀତିରେ ସଂଶୋଧନକୁ ମଧ୍ୟ ମିଳିଛି ଅନୁମୋଦନ । ଓଡ଼ିଶା ଦ୍ରବ୍ୟ ଓ ସେବା କର ଅଧିନିୟମରେ ସଂଶୋଧନ ହେବା ସହ ଟିକସ ବଢ଼ିବ । ଲ ଅଫିସର୍ ୧୯୭୧ ନିୟମକୁ ସଂଶୋଧନ, ନିଯୁକ୍ତି ପାଇବେ ଲ ଅଫିସର୍ । ଯେଉଁ ଜିଲ୍ଲାରେ ଲ ଅଫିସର ନାହାନ୍ତି ସେଠାରେ ନିଯୁକ୍ତି କରାଯିବ ।

ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ କ୍ୟାବିନେଟ୍ ରେ ଅନୁମୋଦନ ହୋଇଛି । ୩୫୨୯ ଆଡ଼ିବନ୍ଧ ପୁନରୁଦ୍ଧାର କରାଯିବ । ଏଥିପାଇଁ ଖର୍ଚ୍ଚ ହେବ ୨୭୩୮ କୋଟି ଟଙ୍କା । ୨୦୨୫-୨୦୨୬ ରୁ ୨୦୨୯-୩୦ ମଧ୍ୟରେ କାମ ଶେଷ ହେବ । ୫୭ ହଜାର ୫୨୫ ହେକ୍ଟର ଜମିକୁ ମିଳିବ ଜଳସେଚନ ସୁବିଧା ହେବ ।୪୧ ହଜାର ୭୨୫ ହେକ୍ଟର ଜମିକୁ ପୁନଃ ବ୍ୟବସ୍ଥା କରାଯିବ । ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି ୨୦୧୬ ସଂଶୋଧନ କରାଯାଇଛି। ୧ କୋଟି ପର୍ଯ୍ୟନ୍ତ ପ୍ରକଳ୍ପର ଇନସେନ୍ତିଭ ପାଇଁ ଜିଲ୍ଲା ପ୍ରଶାସନ ଅନୁମତି ଦେଇ ପାରିବେ । ୧ କୋଟି ରୁ ୧୦ କୋଟି ପର୍ଯ୍ୟନ୍ତ ପ୍ରକଳ୍ପ ନିର୍ଦ୍ଦେଶକ ସ୍ତରରେ ଓ ୧୦ କୋଟି ରୁ ୫୦ କୋଟି ପ୍ରକଳ୍ପ ପାଇଁ MSME ସଚିବଙ୍କ ଅନୁମତି ଆବଶ୍ୟକ ପଡ଼ିବ । ଓଡ଼ିଶା ଦ୍ରବ୍ୟର ସେବା ଅଧିନିୟମ ସଂଶୋଧନ । ଟ୍ୟାକ୍ସ ପେୟରଙ୍କୁ ଅଧିକ ସୁବିଧା ପାଇଁ ଉଦ୍ୟମ।

ଭାରତୀୟ ନ୍ୟାୟ ସଂହିତା, ୨୦୨୩; ଭାରତୀୟ ନାଗରିକ ସୁରକ୍ଷା ସଂହିତା, ୨୦୨୩ ଏବଂ ଭାରତୀୟ ସାକ୍ଷ୍ୟ ଅଧୁନିୟମ, ଭଳି ୩ ନୂଆ ଆଇନ ଅନୁସାରେ ଯାହା ସଂଶୋଧନ ଆବଶ୍ୟକ ଥିଲା କରାଯାଇଛି । ଓଡ଼ିଶା ଜିଲ୍ଲା ଏବଂ ସିଭିଲ କୋର୍ଟର ନ୍ୟାୟିକ କର୍ମଚାରୀ ସେବା ନିୟମାବଳୀ, ୨୦୦୮ ର ସଂଶୋଧନ କରାଯାଇଛି । ଓଡ଼ିଶା ଲ’ ଅଫିସର୍ସ ନିୟମାବଳୀ, ୧୯୭୧ ସଂଶୋଧନ କରାଯାଇଛି । ରାଜ୍ୟରେ ପଡ଼ି ରହିଥିବା ମାମଲା ଗୁଡିକର ଭାର କମିବା ସହ ତ୍ୱରିତ ନ୍ୟାୟ ପ୍ରଦାନ କରାଯାଇ ପାରିବ ।   ଏହା ସହ ଜିଲ୍ଲା ମୁଖ୍ୟାଳୟ କୋର୍ଟ ଓ ଏହା ଅଧିନସ୍ତ ଅଫିସରେ ଲ ଅଫିସର ନିଯୁକ୍ତ କରାଯିବ।