ଆଜିଠୁ ୨ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ଭୁବନେଶ୍ୱର : ବୁଧବାରଠାରୁ ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଗସ୍ତ କାଳରେ ସେ ଏସିଆନ୍‌‌ ହାର୍ଟ ଇନ୍‌‌ଷ୍ଟିଚ୍ୟୁଟ୍‌‌ର ପ୍ରତିଷ୍ଠାତା ଡଃ ରମାକାନ୍ତ ପଣ୍ଡାଙ୍କ ଦ୍ୱାରା ସ୍ଥାପିତ ‘ଏସିଆନ୍‌‌ ୱାଇଲ୍ଡ ଲାଇଫ୍‌‌ ଟ୍ରଷ୍ଟ’ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ।

ସୂଚନା ଅନୁଯାୟୀ ମୁଖ୍ୟମନ୍ତ୍ରୀ ବୁଧବାର ୧୧.୩୦ରେ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ମୁମ୍ବାଇ ଛତ୍ରପତି ଶିବାଜୀ ମହାରାଜ ବିମାନବନ୍ଦର ଅଭିମୁଖେ ଯାତ୍ରା କରିବେ। ସନ୍ଧ୍ୟା ୭ ଟାରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ। ପରଦିନ ଅପରାହ୍ଣ ୪ ଟା ୪୫ରେ ମୁମ୍ବାଇ ଛାଡ଼ି ସନ୍ଧ୍ୟା ୬ଟା ୩୦ରେ ଭୁବନେଶ୍ୱରରେ ପହଞ୍ଚିବେ। ମୁଖ୍ୟମନ୍ତ୍ରୀଙ୍କ ସହିତ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌‌ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ।