ନୂଆଦିଲ୍ଲୀ: ଶସ୍ତା ହେଲା ବାଣିଜ୍ୟିକ ଏଲ୍ପିଜି ସିଲିଣ୍ଡର ଦର । ୧୯ କି.ଗ୍ରା ସିଲିଣ୍ଡର ମୂଲ୍ୟ ୫୮.୫୦ ଟଙ୍କା ହ୍ରାସ ପାଇଛି । ତେବେ ୧୪.୨ କିଲୋଗ୍ରାମ ଘରୋଇ ଏଲ୍ପିଜି ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ ।ତୈଳ ବିପଣନ କମ୍ପାନିଗୁଡ଼ିକ ଦ୍ୱାରା ପ୍ରକାଶିତ ନୂତନ ଦର ତାଲିକା ଅନୁଯାୟୀ, ମଙ୍ଗଳବାର ଜୁଲାଇ ୧ ଠାରୁ ଦିଲ୍ଲୀରେ ୧୯ କିଲୋଗ୍ରାମ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ଖୁଚୁରା ବିକ୍ରୟ ମୂଲ୍ୟ ୧୭୨୩.୫୦ ଟଙ୍କା ପରିବର୍ତ୍ତେ ୧୬୬୫ ଟଙ୍କା ହେବ ।
ନୂତନ ଦର ଅନୁସାରେ, ୧୯ କି.ଗ୍ରା ସିଲିଣ୍ଡରର ଦର କୋଲକାତାରେ ୧୮୨୬ ଟଙ୍କା ପରିବର୍ତ୍ତେ ୧୭୬୯ ଟଙ୍କା ହୋଇଛି । ସେହିପରି ମୁମ୍ବାଇରେ ୧୬୭୪.୫୦ ଟଙ୍କା ପରିବର୍ତ୍ତେ ୧୬୧୬ ଟଙ୍କା, ଚେନ୍ନାଇରେ ୧୮୨୩.୫୦ ଟଙ୍କା ପରିବର୍ତ୍ତେ ୧୮୮୧ ଟଙ୍କା, ରାଜଧାନୀ ଦିଲ୍ଲୀରେ ୧୭୨୩.୫୦ ବଦଳରେ ୧୬୬୫ ରହିଛି । ତେବେ ବାଣିଜ୍ୟିକ ସିଲିଣ୍ଡର ଶସ୍ତା ହେବା ଯୋଗୁ ହୋଟେଲ, ରେଷ୍ଟୁରାଣ୍ଟ ଏବଂ ଅନ୍ୟାନ୍ୟ ବ୍ୟବସାୟୀମାନଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି ।