ଆଉ ଜଣେ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର : ଦୁର୍ନୀତ ଗ୍ରସ୍ତଙ୍କ ବିରୋଧରେ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ଜାରି ରହିଛି । ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ବାଲେଶ୍ୱର ଶାଖାର ପୂର୍ବତନ ରିଜିଓନାଲ ମ୍ୟାନେଜର ନରୋତ୍ତୋମ ବେହେରାଙ୍କୁ ବାଧ୍ୟତାମୂଳକ ଅବସରକ ଦେଇଛନ୍ତି ରାଜ୍ୟ ସରକାର । ବର୍ତ୍ତମାନ ସୁଦ୍ଧା ୧୩୨ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଗଲାଣି ।