ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମିଳିଲା ଜାମିନ୍

ଲକ୍ଷ୍ନୌ: ମାନିହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମିଳିଲା ଜାମିନ୍। କେନ୍ଦ୍ର ଗୃହମନ୍ତ୍ରୀଙ୍କ ବିରୋଧରେ ମାନହାନିକର ମନ୍ତବ୍ୟ ଦେଇଥିବାରୁ ମାମଲା ରୁଜୁ ହୋଇଥିଲା। ଏହି ଆଧାରରେ ଆଜି ଉତ୍ତରପ୍ରଦେଶ ସୁଲତାନପୁର ଡିଷ୍ଟ୍ରିକ୍ଟ ସିଭିଲ କୋର୍ଟରେ ହାଜର ହୋଇଥିଲେ ରାହୁଲ ଗାନ୍ଧୀ। କୋର୍ଟ ରାହୁଲ ଗାନ୍ଧୀଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଏହି ମାମଲା ପାଖାପାଖି ୬ ବର୍ଷ ପୁରୁଣା । ସୂଚନା ଅନୁଯାୟୀ, ଗତ ୨୦୧୮ ଅଗଷ୍ଟ ୪ ତାରିଖରେ ରାହୁଲଙ୍କ ବିରୋଧରେ ଜଣେ ବିଜେପି ନେତା ମାନହାନି ମାମଲା ଦାୟର କରିଥିଲେ। ବେଙ୍ଗାଳୁରୁରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ବିରୋଧରେ କିଛି ମାନହାନିକର ମନ୍ତବ୍ୟ ଦେଇଥିବାରୁ ରାହୁଲଙ୍କ ବିରୋଧରେ ଏହି ମାମଲା ରୁଜୁ ହୋଇଥିଲା। ରାହୁଲ ଗାନ୍ଧିଙ୍କ ନେତୃତ୍ୱରେ ଚାଲିଥିବା ଭାରତ ଯୋଡ ନ୍ୟାୟ ଯାତ୍ରା ବର୍ତ୍ତମାନ ଉତ୍ତର ପ୍ରଦେଶରେ ଅଛି । ମଙ୍ଗଳ ବାର ରାହୁଲ କୋର୍ଟରେ ହାଚର ହେବା କାରଣରୁ ଏହି ଯାତ୍ରାକୁ କିଛି ଘଣ୍ଟା ପାଇଁ ଅଟକାଯାଇଥିଲା ।