(ରିପୋର୍ଟସ ଟୁଡ଼େ)ଭୁବନେଶ୍ୱର: ଆଜି ଦଳରୁ ଇସ୍ତଫା ଦେଇଛନ୍ତି କଂଗ୍ରେସ ମୁଖପାତ୍ର ତଥା ଟାଣୁଆ ନେତ୍ରୀ ସୋନାଲି ସାହୁ । ଟିକେଟ ବଂଟନ ପରଠାରୁ କଂଗ୍ରେସ ପାଇଁ ଅଡ଼ୁଆ ବଢିବାରେ ଲାଗିଛି । ଦଳର ରାଜ୍ୟ ମହିଳା ସଭାନେତ୍ରୀ ସୁମିତ୍ରା ଜେନା ଦଳ ଛାଡ଼ିବା ପରେ ବର୍ତ୍ତମାନ ଆଉ ଜଣେ ନେତ୍ରୀ କଂଗ୍ରେସ ମୁଖପାତ୍ର ସୋନାଲି ସାହୁ ଦଳ ଛାଡିଛନ୍ତି । ସୋନାଲି ଖୋର୍ଦ୍ଧା ବିଧାନସଭା ପାଇଁ ଟିକେଟ ଆଶାୟୀ ଥିବା ବେଳେ ତାଙ୍କୁ ଟିକେଟ ପ୍ରଦାନ କରାଯାଇନଥିଲା । ତେଣୁ ସେ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ବୋଲି ସୂଚନା ମିଳିଛି ।