ବାଲ୍ୟବିବାହକୁ ରୋକିବା ପାଇଁ ସମନ୍ଵୟ ବୈଠକ

ନବରଙ୍ଗପୁର(ଟୁକୁନା ଖୁରା):ନବରଙ୍ଗପୁର ଜିଲ୍ଲାରେ ବାଲ୍ୟ ବିବାହକୁ ରୋକିବା ନିମନ୍ତେ  ଆଜି  ସ୍ଥାନୀୟ  ମିଶନଶକ୍ତି  ସଭାଗୃହ ଠାରେ ସମାଜ କଲ୍ୟାଣ ବିଭାଗ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟି , ୟୁନିସେଫ , ଆକ୍ସନଏଡ ଓ  ବିଭିନ୍ନ ଜାତି ସମାଜର ମୁଖ୍ୟ ମାନଙ୍କ ମଧ୍ୟରେ ଏକ ସମନ୍ଵୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଡ.କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାରେ ପ୍ରତ୍ୟେକ ଶିଶୁ ମାନଙ୍କୁ ସୁରକ୍ଷା ଓ ବାଲ୍ୟ ବିବାହକୁ ରୋକିବା  ପାଇଁ  ପ୍ରଶାସନର ବିଭିନ୍ନ ବିଭାଗ କାର୍ଯ୍ୟ କରୁଛନ୍ତି ବୋଲି ଜିଲ୍ଲାପାଳ କହିଥିଲେ । ପ୍ରଶାସନ ଓ ଜାତି ସମାଜର ମୁଖ୍ୟ ମାନଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ରଖି  ଜିଲ୍ଲାରେ ସମସ୍ତ ଶିଶୁମାନଙ୍କୁ  ସୁରକ୍ଷା ଦେବା ସହିତ  ନବରଙ୍ଗପୁର ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ କରିବା ଦିଗରେ ଏହି ସମନ୍ଵୟ ବୈଠକ ସହାୟକ ହୋଇ ପାରିବ ବୋଲି ମତବ୍ୟକ୍ତ କରିଥିଲେ । ଏଥି ସହିତ ବାଲ୍ୟ ବିବାହ ପରି ସାମାଜିକ ବ୍ୟାଧିକୁ ରୋକିବା ନିମନ୍ତେ ପ୍ରଶାସନ ଓ ଜାତି ସମାଜର ମୁଖ୍ୟମାନେ ମିଳିତ ଭାବରେ  ଗ୍ରାମ୍ୟ ସ୍ତରରେ କରିଥବା ଜନ ସଚେତନତା ଓ ବାଲ୍ୟବିବାହକୁ ରୋକିବାର କାର୍ଯ୍ୟକ୍ରମକୁ ସମୀକ୍ଷା କରିଥିଲେ  ।