ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୪୧୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୪୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୩୭୬ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୮୫, ୬୨୭। ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୮୨, ୫୪୪ ଜଣ ସୁସ୍ଥ ହୋଇସାରିଛନ୍ତି । ୩୯୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ହଜାର ୬୭୦ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୭୪୯ ଜଣ ସୁସ୍ଥ ହୋଇ ଫେରିଛନ୍ତି ।