ରାଜ୍ୟରେ ୬୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର– ରାଜ୍ୟରେ ଗତ କିଛି ଦିନ ହେଲା କରୋନା ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନି । ଗତକାଲି ଅପେକ୍ଷା ଆଜି ଦୈନିକ କୋଭିଡ ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୬ ଜଣଙ୍କ ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୬୧୬୮ କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ୧୮ ଜଣ, କଟକରୁ ୧୦ ଜଣ, ପୁରୀରୁ ୯ ଜଣ, ମୟୂରଭଞ୍ଜରୁ ୬ ଜଣ, ଅନୁଗୁଳରୁ ୫ ଜଣ, ଯାଜପୁରୁ ଓ ଝାରସୁଗୁଡ଼ାରୁ ୩ ଜଣ ଲେଖାଏଁ, ଭଦ୍ରକ, ବଲାଙ୍ଗିର, ନୟାଗଡ଼ରୁ ୨ ଜଣ ଲେଖାଏଁ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଢେଙ୍କାନାଳରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।