ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୬୧ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଦିନକୁ ଦିନ ବୃଦ୍ଧିପାଇବାରେ ଲାଗିଛି ଦୈନିକ କରୋନା ମିଟର ।
(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ବୃଦ୍ଧିପାଇବାରେ ଲାଗିଛି ଦୈନିକ କରୋନା ମିଟର । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୬୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୪ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୬୦୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟ :-
Covid-19 Report For 28th June
New Positive Cases: 161
Of which 0-18 years: 24
In quarantine: 95
Local contacts: 66(Details of local contacts will be shared by concerned District)
1. Balasore: 8
2. Bhadrak: 3
3. Cuttack: 32
4. Jagatsinghpur: 3
5. Jajpur: 2
6. Jharsuguda: 3— I & PR Department, Odisha (@IPR_Odisha) June 29, 2022
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩୨୦୬୯୧୦୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୭୯୪ ଜଣ ସୁସ୍ଥ ହୋଇଛନ୍ତି ।