କଟକ ଜିଲ୍ଲାର ୩ ବିଧାୟକଙ୍କ ନାଁ ନେଇ ବର୍ଷିଛନ୍ତି କଟକ ମେୟର

କଟକ ଜିଲ୍ଲାର ୩ ବିଧାୟକଙ୍କ ନାଁ ନେଇ ବର୍ଷିଛନ୍ତି କଟକ ମେୟର ସୁବାସ ସିଂ । କହିଲେ ୩ ବିଧାୟକ କଟକକୁ କଳଙ୍କିତ କଲେ । ସୌଭିକ ବିଶ୍ବାଳ, ଦେବୀରଞ୍ଜନ ତ୍ରିପାଠୀ ଓ ସୋଫିଆ ଫିର୍ଦ୍ଦୋସ କଟକକୁ କଳଙ୍କିତ କଲେ । ଏମାନେ ଯେଭଳି ବିଶ୍ବାସଘାତ କରିଛନ୍ତି, ରାଜ୍ୟବାସୀ କେବେ କ୍ଷମା ଦେବେନି ବୋଲି କହିଛନ୍ତି ସୁବାସ ସିଂ । ଆଗକୁ ଏମାନେ ଖତ ହୋଇଯିବେ । ୨ ବର୍ଷ ତଳୁ ଏମାନେ ଷଡ଼ଯନ୍ତ୍ରରେ ଲିପ୍ତ ଥିଲେ, ଏବେ ସାମ୍ନାକୁ ଆସିଲା । ଦମ୍ ଅଛି ତ ଇସ୍ତଫା ଦେଇ ଆଉ ଥରେ ନିର୍ବାଚନ ଲଢ଼ନ୍ତୁ । କେବଳ ନିଜ ଅପକର୍ମକୁ ଲୁଚାଇବା ପାଇଁ ବିଜୁ ଲିଗାସି କଥା କହୁଛନ୍ତି ବୋଲି କହିଛନ୍ତି ସୁବାସ ସିଂ ।