ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ସକ୍ରିୟ ମୌସୁମୀ ପ୍ରଭାବରେ ଜାରି ରହିଛି ବର୍ଷା। ଆହୁରି ୫ ଦିନ ଲାଗି ରହିବ ବର୍ଷା।ଆସନ୍ତା ୨୪ ଘଣ୍ଟାରେ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । । ତେବେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କନ୍ଧମାଳରେ ଅତି ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ସେହିପରି ଅନୁଗୁଳ, ଢେ଼ଙ୍କାନାଳ, ନୟାଗଡ଼, କଟକ, ଗଜପତି, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି ରହିଛି।
ଆସନ୍ତାକାଲି ମଧ୍ୟ ଭଦ୍ରକ,କେନ୍ଦ୍ରାପଡା, ଜଗତସିଂହପୁରରେ ଅତି ପ୍ରବଳ ବର୍ଷା ସହ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ଵର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନ୍ୟ କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ପବନ ହେବ। ୨୯ ଓ ୩୦ ତାରିଖରେ ମଧ୍ୟ ବର୍ଷା ସମ୍ଭାବନା ରହିଛି।
ଗତ ୨୪ ଘଣ୍ଟାରେ ୮ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ସୂଚନା ରହିଛି ।