ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେଉଛି ତିତଲି… ଗୋପାଳପୁର ଠାରୁ ୪୧୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ..ଘଣ୍ଟା ପ୍ରତି ୧୦ କିଲୋମିଟର ବେଗରେ ମାଡି ଆସୁଛି ବାତ୍ୟା..

0

(ସଂଜୁକ୍ତା ବେହେରା): ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେଉଛି ତିତଲି… ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଲଘୁଚାପ ବାତ୍ୟାରେ ପରିଣତ ହୋଇସାରିଛି । ଏବେ ଏହା ଗୋପାଳପୁର ଠାରୁ ୪୧୦ କିଲୋମିଟର ଦୂରରେ ରହିଥିବାବେଳେ କଳିଙ୍ଗପଟ୍ଟନମ ଠାରୁ ୩୪୦ କିଲୋମିଟର ଦୂରରେ ରହିଛି.. ଘଣ୍ଟାପ୍ରତି ୧୦ କିଲୋମିଟର ବେଗରେ ସ୍ଥଳଭାଗକୁ ମାଡି ଆସୁଛି ବାତ୍ୟା ତିତଲି । ଆସନ୍ତା କାଲି ସକାଳ ୧୧ ଟା ସୁଦ୍ଧା ଏହା ଓଡିଶା ଉପକୂଳ ଛୁଇଁବ । ଏହି ସମୟରେ ବାତ୍ୟାର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୫ କିଲୋମିଟର ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଗଞ୍ଜାମ, ଗତପତି. ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡା ଜିଲ୍ଲା ପାଇଁ ରେଡ ଆଲର୍ଟ ଜାରି କରାଯାଇଛି । ସେହିପରି ଖୋର୍ଧା, ନୟାଗଡ, କଟକ, ଯାଜପୁର, ଢେଙ୍କାନାଳ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ଗୁଡିକ ପାଇଁ ମଧ୍ୟ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ବିଶେଷ କରି ବାତ୍ୟା ପ୍ରଭାବରେ ୧୦ ଓ ୧୧ ତାରିଖ ୨ ଦନ ଧରି ପ୍ରବଳ ବର୍ଷା ହେବ । ଆସନ୍ତା କାଲି ରାତି ସୁଦ୍ଧା ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବ । ପରେ ୧୨ତାରିଖରେ ଉତ୍ତର ଓଡିଶାରେ ଅନେକ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି । ୧୨ ତାରିଖ ବେଳକୁ ବାତ୍ୟା ଦୁବ ର୍ଳ ହୋଇ ଡିପ୍ ଡିପ୍ରେସନ ଏବଂ ପରେ ଡିପ୍ରେସନରେ ପରିଣତ ହେବ । ସମ୍ଭାବ୍ୟ ବାତ୍ୟା ଓ ବର୍ଷାର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ଜିଲ୍ଲା ପ୍ରଶାସନ । ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।