ଆସୁଛି ଆଉ ଏକ ଲଘୁଚାପ, ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା

ଭୁବନେଶ୍ଵର: ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା । ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଆଶଙ୍କା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ବିଭାଗ । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏଭଳି ପାଗ ଲାଗି ରହିବ । ୧୧ ତାରିଖ ପରେ ବର୍ଷା କମିବ ।

ଟ୍ରପଲାଇନ୍ ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ହାଲୁକା ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ । ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ବିଜୁଳି ଘଡ଼ଘଡ଼ି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପଶ୍ଚିମ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉପକୂଳ ଓଡ଼ିଶାର ୨୦ ଜିଲ୍ଲାକୁ ଆଲର୍ଟ କରିଛି ପାଣିପାଗ ।