ରେଳ ଧାରଣାରୁ କିନ୍ନରଙ୍କ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

(ଯାଜପୁର) : ଜଣେ କିନ୍ନରଙ୍କ ମୃତଦେହ ଉଦ୍ଧାର । ଯାଜପୁର ଜିଲ୍ଲା ଯାଜପୁର ରୋଡ ଥାନା ପନାସିଆ ଗାଁ ନିକଟ ରେଳ ଧାରଣାରେ ଦେଖିବାକୁ ମିଳିଛି ଏଭଳି ଘଟଣା । ଆଜି ସକାଳୁ ମୃତଦେହ ରେଳ ଧାରଣାରେ ପଡିଥିବାର ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇବା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ । ଘଟଣା ସ୍ଥଳରୁ ମୃତ କିନ୍ନରଙ୍କ ମୋବାଇଲ୍ ଫୋନ୍ ଜବତ କରାଯାଇଛି।

ମିଳିଥିବା ସୂଚନାନୁସାରେ, ଯାଜପୁର ଜିଲ୍ଲା ଯାଜପୁର ରୋଡ ଥାନା ପନାସିଆ ଗାଁ ନିକଟ ରେଳ ଧାରଣାରୁ ଜଣେ କିନ୍ନରଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତ କିନ୍ନର ଜଣକ ଭଦ୍ରକ ଜିଲ୍ଲା ଅର୍ଣ୍ଣପାଳ ଗାଁର ଫତୁଆ ଜେନା ବୋଲି ଜଣାପଡିଛି ।