କଟକ: ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ପରଲୋକ। ୮୫ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କଲେ ଜଷ୍ଟିସ ମହାପାତ୍ର। ଓଡିଶା ହାଇକୋର୍ଟ ଓ ସୁପ୍ରିମକୋର୍ଟର ବିଚାରପତି ଥିଲେ ।
୧୯୩୭ ଅଗଷ୍ଟ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ ଜଷ୍ଟିସ ମହାପାତ୍ର। ୧୯୬୦ ମସିହାରେ ଓଡିଶା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ୧୯୮୩ ନଭେମ୍ବର ୧୮ ତାରିଖରେ ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଇଥିଲେ। ଆହ୍ଲାବାଦ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ୧୯୯୬ ଫେବ୍ରୁଆରି ୧୬ ରୁ ୧୯୯୮ ଡିସେମ୍ବର ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ୧୯୯୮ ଡ଼ିସେମ୍ବର ୯ ରେ ସୁପ୍ରିମକୋର୍ଟର ବିଚାରପତି ଭାବେ ଶପଥ ନେଇଥିଲେ। ସୁପ୍ରିମକୋର୍ଟରୁ ଅବସର ପରେ ଓଡିଶା ମାନବିକ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ୪ ବର୍ଷ ପାଇଁ ୨୦୦୩ ଜୁଲାଇ ରୁ ୨୦୦୭ ଅଗଷ୍ଟ ପର୍ଯ୍ୟନ୍ତ ଦାୟିତ୍ୱ ତୁଲାଇଥିଲେ।