ଆସୁଛି ବଡ ବର୍ଷା, କାଲି ପାଇଁ ଏହି ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ଉତ୍ତର-ପୂର୍ବ ବଙ୍ଗୋପସାଗର ଆଖପାଖ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ। ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

ଆସନ୍ତାକାଲି ପାଇଁ ସୁନ୍ଦରଗଡ଼ ଓ ସମ୍ୱଲପୁର ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି, ରାୟଗଡ଼ା , ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର ଓ ନବରଙ୍ଗପୁର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।