ଆତ୍ମହତ୍ୟା ଉଦ୍ୟମ ଘଟଣାରେ ପିଡୀତଙ୍କ ଆସୁ ଆରୋଗ୍ୟ କାମନା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର-: ବାଲେଶ୍ୱର ଫକିର ମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ପିଡୀତଙ୍କ ଆସୁ ଆରୋଗ୍ୟ କାମନା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏନେଇ ସେ ଏକ୍ସ ରେ ପୋଷ୍ଟ କରି ଲେଖିଛନ୍ତି ଯେ, ଫକୀର ମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଘଟିଥିବା ଅଘଟଣ ଦୁର୍ଭାଗ୍ୟଜନକ ଓ ହୃଦୟ ବିଦାରକ। ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଜେ ଏମ୍ସରେ ପହଞ୍ଚି ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ବାବଦରେ ପଚାରି ବୁଝିଛନ୍ତି। ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଛାତ୍ରୀଙ୍କ ଚିକିତ୍ସା ପାଇଁ ଏମ୍ସ ପକ୍ଷରୁ ଆଠ ଜଣିଆ ସ୍ୱତନ୍ତ୍ର ଟିମ ଗଠନ କରାଯାଇଛି ଏବଂ ଛାତ୍ରୀଙ୍କ ଚିକତ୍ସାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି। ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ୱାଭାବିକ ହେଲେ ତାଙ୍କୁ ଦିଲ୍ଲୀ ଏୟାରଲିଙ୍କ୍ କରାଯିବ । ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପାଖେ ଛାତ୍ରୀଙ୍କ ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।