ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ ସୂଚନା ; ଏନପିସିଆଇ କ୍ଳିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ଟଙ୍କା

ଭୁବନେଶ୍ୱର: କାଲି ୧୨ଟା ପୂର୍ବରୁ ସୁଭଦ୍ରା ଟଙ୍କା । ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ ସୂଚନା ।ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା ।ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ପଠାଇବେ ମୁଖ୍ୟମନ୍ତ୍ରୀ ।ଏନପିସିଆଇ କ୍ଳିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ଟଙ୍କା । ଆସନ୍ତାକାଲି ସୁଭଦ୍ରା ଯୋଜନାର ମହିଳା ହିତାଧିକାରୀଙ୍କୁ ମିଳିବ ଟଙ୍କା । ଆକାଉଣ୍ଟକୁ ଆସିବ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା । ମହିଳାଙ୍କ ଆକାଉଣ୍ଟକୁ ଆସିବ ୫ହଜାର ଟଙ୍କା । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।୭ତାରିଖ ସୁଦ୍ଧା ସୁଭଦ୍ରା ଯୋଜନାରେ ନାଁ ପଞ୍ଜିକରଣ କରିଥିବା ମହିଳାଙ୍କୁ ଟଙ୍କା ମିଳିବ ବୋଲି ଘୋଷଣା କରିଥିଲେ ସରକାର।