ଡିଏଫଓ ସଂଗ୍ରାମ ବେହେରାଙ୍କ ଆଗୁଆ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର:- ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ତତକାଳୀନ ଡିଏଫଓ ସଂଗ୍ରାମ ବେହେରାଙ୍କ ବଢ଼ିଲା ଅଡୁଆ । ସଂଗ୍ରାମ ବେହେରାଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହୋଇଛି । ତାଙ୍କ ସହ ରୋଷେୟା ମନ୍ମଥ କୁମ୍ଭଙ୍କର ମଧ୍ୟ ଆଗୁଆ ଜାମିନ ଆବେଦନ ଖାରଜ ହୋଇଛି । ଉଭୟଙ୍କୁ ତଳ କୋର୍ଟରେ ଜାମିନ ଆବେଦନ ପାଇଁ ହାଇକୋର୍ଟ ଅନୁମତି ଦେଇଛନ୍ତି ।

Accused DFO to be interrogated in Parlakhemundi ACF death case

ସୂଚନାନୁସାରେ,୨୦୨୧ ଜୁଲାଇ ୧୨ରେ ଅର୍ଦ୍ଧଦଗ୍ଧ ଅବସ୍ଥାରେ ସୌମ୍ୟରଞ୍ଜନ ପାରଳାଖେମୁଣ୍ଡି ସ୍ଥିତ ନିଜ ସରକାରୀ ବାସଭବନରୁ ଉଦ୍ଧାର ହୋଇଥିଲେ । ପରବର୍ତ୍ତୀ ଅବସ୍ଥାରେ ଚିକିତ୍ସାଧୀନ ବେଳେ ତାଙ୍କର ମୃତ୍ୟୁ ହୋଇଥିଲା । ସେହି ସମୟରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମଧ୍ୟ ଘରେ ଉପସ୍ଥିତ ରହିଥିଲେ । ତେଣୁ ସୌମ୍ୟଙ୍କ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କ ନାଁରେ ମଧ୍ୟ ମାମଲା ରୁଜୁ ହୋଇଥିବା ବେଳେ ତାହା ଏବେ ବିଚାରଧୀନ ରହିଛି ।

Death of Paralakhemundi ACF: Fire mishap quarter opened, Scientific team  probes