ଗଞ୍ଜାମ ଦିଗପହଣ୍ଡି ପଞ୍ଚାୟତ ସମିତି ଅଧ୍ୟକ୍ଷ ଉପନିର୍ବାଚନ ସ୍ଥଗିତ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ପଞ୍ଚାୟତ ସମିତି ଅଧ୍ୟକ୍ଷ ଉପନିର୍ବାଚନ ସ୍ଥଗିତ । ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ଥିବାରୁ ଉପନିର୍ବାଚନ ସ୍ଥଗିତ ରଖାଯାଇଛି । ଉପନିର୍ବାଚନ ସ୍ଥଗିତ ରଖିବାକୁ ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଗଞ୍ଜାମ ଜିଲ୍ଲାପାଳଙ୍କ ରିପୋର୍ଟ ଆାଧାରରେ ସ୍ଥଗିତ ରହିଛି ଉପ ନିର୍ବାଚନ । ଦିଗପହଣ୍ଡି ବ୍ଳକ ଅଧ୍ୟକ୍ଷ ନିର୍ବାଚନ ବାତିଲ ସୂଚନା ପାଇବା ପରେ ଉତେଜନା ସୃଷ୍ଟି ହୋଇଛି । ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିପିନ ପ୍ରଧାନଙ୍କ ସମର୍ଥକ ମାନେ ବେରିକେଟ୍ ଭାଙ୍ଗି କାର୍ଯ୍ୟାଳୟକୁ ଧସେଇ ପସିବାକୁ ଉଦ୍ୟମ କରିବା ସହ ରାସ୍ତା ଅବରୋଧ କରିଛନ୍ତି।

ସୂର୍ଯ୍ୟ ପାତ୍ରଙ୍କ ଅସୁସ୍ଥତା ପରେ ବିଜେଡି ଦୁଇ ଭାଗ ହୋଇଯାଇଥିବା କୁହାଯାଉଛି । ବିଧାୟକ ସୂର୍ଯ୍ୟ ପାତ୍ରଙ୍କ ପୁଅ ବିପ୍ଳବ ପାତ୍ର ଏବଂ ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିପିନ ପ୍ରଧାନଙ୍କ ମଧ୍ୟରେ କ୍ଷମତାକୁ ନେଇ ଶୀତଳ ଯୁଦ୍ଧ ଲାଗି ରହିଛି । ଆଜି ବ୍ଲକ ଅଧ୍ୟକ୍ଷ ପଦବୀ ନିର୍ବାଚନ ହେବାର ଥିଲା । ମୋଟ ୨୫ଟି ପଞ୍ଚାୟତର ୨୫ ଜଣ ସମିତି ସଭ୍ୟ ଅଧ୍ୟକ୍ଷ ଚୟନ ପାଇଁ ମତଦାନ କରିଥାନ୍ତେ । ହେଲେ ନିର୍ବାଚନକୁ ବନ୍ଦ ରଖାଯାଇଛି ।