ଗଞ୍ଜାମ : OSRTC ବସ୍ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ହୋଇଥିଲା ବଡ ଦୁର୍ଘଟଣା । ଏ ନେଇ ବ୍ରହ୍ମପୁର ଏସପି ଶ୍ରବଣ ବିବେକ ଏମ ସୂଚନା ଦେଇଛନ୍ତି। ପଚରାଉଚରା ପରେ OSRTC ବସ ଡ୍ରାଇଭର ମାନସ ପ୍ରଧାନଙ୍କୁ ଗିରଫ କରିଛି ପୁଲିସ । ଘଟଣାର ତଦନ୍ତ କରୁଥିଲେ ଚିକିଟି ଏସଡିପିଓ ଓ ଦିଗପହଣ୍ଡି ଥାନା ଅଧିକାରୀ ।
ଦୁଇ ଜଣ ଇଞ୍ଜିନିୟର ଜଣେ ଅଭିଜ୍ଞ ଡାକ୍ତରଙ୍କ ସମେତ ଏନଫୋର୍ସମେଣ୍ଟ ଡିଏସପି ଏହି ଟିମରେ ସାମିଲ ଅଛନ୍ତି । ସେହିପରି ଏମକେସିଜି ମେଡିକାଲରେ ଥିବା ଘରୋଇ ମିନି ବସର ଡ୍ରାଇଭରଙ୍କୁ ଭେଟିଛନ୍ତି ତଦନ୍ତକାରୀ ଟିମ । ମିନି ବସ ମାଲିକକୁ ଚିହ୍ନଟ କରାଯାଇଥିବା ବେଳେ, ତାଙ୍କୁ ଖୋଜୁଛି ପୁଲିସ । ଗତକାଲି ଭୟଙ୍କର ଦୁର୍ଘଟଣାରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ୯ ଜଣଙ୍କର ଚିକିତ୍ସା ଚାଲିଛି ।