ପୁରୀ ସ୍ୱର୍ଗଦ୍ୱାରରେ ହେବ କିଟ୍ ନେପାଳୀ ଛାତ୍ରୀ ପ୍ରୀଶାଙ୍କ ଶେଷକୃତ୍ୟ

ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ମାମଲା । ପୁରୀ ସ୍ୱର୍ଗଦ୍ୱାରରେ ହେବ ପ୍ରୀଶା ଶାହଙ୍କ ଶେଷକୃତ୍ୟ । ମୃତଦେହ ନେପାଳ ନେବାକୁ ମନାକଲେ ପ୍ରୀଶାଙ୍କ ପରିବାର ଲୋକେ । ପରିବାର ଲୋକଙ୍କ ଉପସ୍ଥିତିରେ ହେଲା ପୋଷ୍ଟମର୍ଟମ୍ । ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ମୃତଦେହ ।

ସୂଚନା ଅନୁଯାୟୀ, ଗୁରୁବାର କିଟ୍‌ ହଷ୍ଟେଲ ରୁମରୁ ନେପାଳ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ତେବେ କେଉଁ ପରିସ୍ଥିତିରେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି ଏଯାଏ ସ୍ପଷ୍ଟ ହୋଇନାହିଁ। ଗତ ଫେବୃଆରୀ ୧୬, ୨୦୨୫ରେ ଜଣେ ୨୦ ବର୍ଷୀୟ ନେପାଳୀ ଛାତ୍ରୀ ପ୍ରକ୍ରିତି ଲମସାଲଙ୍କ ଆତ୍ମହତ୍ୟା ପରେ ଏହା ଦ୍ୱିତୀୟ ଏଭଳି ଘଟଣା। ଘଟଣାର ପ୍ରାଥମିକ ତଦନ୍ତରୁ ଜଣାପଡିଥିଲା ଯେ, ଛାତ୍ରୀ ଜଣଙ୍କ ଜଣେ ସହପାଠୀଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇଥିଲେ। ଏହି ଅଭିଯୋଗକୁ ନେଇ ସେ ବିଶ୍ୱବିଦ୍ୟାଳୟର ଇଣ୍ଟରନ୍ୟାଶନାଲ ରିଲେସନ୍ସ ଅଫିସ (IRO)ରେ ଅଭିଯୋଗ କରିଥିଲେ, କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିଲା।