ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଆସ ସ୍କୁଲ ଯିବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ,ପାରଳାଖେମୁଣ୍ଡି ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ଜିଲ୍ଲା ଶିକ୍ଷା ଅଧିକାରୀ ଡକ୍ଟର ମାୟାଧର ସାହୁ କାଉନସିଲର ବାଳକୃଷ୍ଣ ପାତ୍ର, ସହକାରୀ ଶିକ୍ଷା ଅଧିକାରୀ, ନୂଆଗଡ଼ ବ୍ଲକ ଶିକ୍ଷା ଅଧିକାରୀ ପ୍ରମୁଖ ମଞ୍ଚାସିନ ଥିଲେ।ମୁଖ୍ୟ ଅତିଥି ପ୍ରଦୀପ ପ୍ରଜ୍ଵଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଅଧାରୁ ପାଠ ଛାଡିଥିବା,ଆଦୌ ନାମ ଲେଖାଇ ନଥିବା ଏବଂ ବିଦ୍ୟାଳୟ ବାହାରେ ଥିବା ପିଲାମାନଙ୍କୁ ଶିକ୍ଷାର ମୁଖ୍ୟ ସ୍ରୋତରେ ସାମିଲ କରିବା ହେଉଛି ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ।ଏକ ପଦଯାତ୍ରା କରାଯାଇ ସଚେତନତା କରାଯାଇଥିଲା।ଏହି କାର୍ଯ୍ୟକ୍ରମ ଶିକ୍ଷକ ଶିକ୍ଷୟିତ୍ରୀ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପ୍ରଧାନ କାର୍ଯ୍ୟକ୍ରମକୁ ଶିକ୍ଷକ ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ।