ବାବାସାହେବ ଡଃ.ଭୀମରାଓ ଆମ୍ବେଦକରଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ଉତ୍ସବ

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ପ୍ରଶାସନ ତରଫରୁ ଭାରତରତ୍ନ ବାବାସାହେବ ଡ. ଭୀମରାଓ ଆମ୍ବେଦକରଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ଉତ୍ସବ ମହା ଆଡ଼ମ୍ବରରେ ପାଳିତ ହୋଇ ଯାଇଅଛି । ଏହି ଅବସରରେ ନୂଆ ବସଷ୍ଟାଣ୍ଡ ଠାରେ ଥିବା ବାବା ସାହେବ ଡ. ଭୀମରାଓ ରାମଜୀ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ସମସ୍ତ ଅତିଥିଙ୍କ ଦ୍ୱାରା ପୁଷ୍ପ ମାଲ୍ୟାର୍ପଣ କରଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଗଜପତି ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ମୁନିନ୍ଦ୍ର ହନାନାଗା ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଲକ୍ଷ୍ମଣ କୁମାର ମୂର୍ମୁ, ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ଏସ.ପାପା ରାଓ ପ୍ରମୁଖ ଯୋଗଦେଇ ବାବାସାହେବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟା ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ ମୁଖ୍ୟ ଅତିଥି ଓ ଅତିଥିଗଣ ନିଜ ନିଜ ଅଭିଭାଷଣରେ ଭାରତର ସମ୍ବିଧାନ ଗଠନ କରିବା ଦିଗରେ ଆମ୍ବେଦକରଙ୍କ ଭୂମିକା, ସଂଘର୍ଷମୟ ଜୀବନୀ, କାର୍ଯ୍ୟାବଳୀ, ବିଭିନ୍ନତା, ରାଜନୈତିକ, ଅର୍ଥନୈତିକ, ଦାର୍ଶନିକ, ସମାଜ ସଂସ୍କାରକ ପ୍ରଭୃତିର ଅଧିକାରୀ ରହି ଭାରତୀୟ ସମ୍ବିଧାନର ପ୍ରତିଷ୍ଠା କରିଥିଲେ । ଆମ୍ବେଦକରଙ୍କର ଭୂମିକା ସଂରକ୍ଷଣ ବ୍ୟବସ୍ଥା ଓ ସମ୍ବିଧାନ ପ୍ରଣୟନ ସମୟରେ ବିଜ୍ଞତାର ପରିଚୟ ଦେଇଥିବା ମତବ୍ୟକ୍ତ କରିଥିଲେ । ସେ ବହୁ ଦେଶର ଗଣତାନ୍ତ୍ରିକ ସମ୍ବିଧାନ ଅଧ୍ୟୟନ କରି ଭାରତୀୟ ସମ୍ବିଧାନ ପ୍ରସ୍ତୁତ କରିଥିବା ଏବଂ ଏହାର ସାରମର୍ମ ସମ୍ପର୍କରେ ଅବଗତ କରାଇଥିଲେ । ସେହିପରି ସମାଜର ପରିବର୍ତ୍ତନ ସହିତ ସମ୍ବିଧାନର ସଂଶୋଧନ ସକାଶେ ମଧ୍ୟ ଭାରତୀୟ ସମ୍ବିଧାନରେ ବ୍ୟବସ୍ଥା ରହିଥିବା ସମସ୍ତ ଅତିଥିଗଣ ଅବଗତ କରାଇଥିଲେ । ଆମ୍ବେଦକର ସ୍ଵତନ୍ତ୍ରତା, ସମାନତା ଓ ସାମାଜିକ ନ୍ୟାୟ ଆଧାରିତ ସମାଜ ନିର୍ମାଣ କରିବା ପାଇଁ ଆଜୀବନ ପ୍ରଚେଷ୍ଟା କରିଥିଲେ ବୋଲି ଅତିଥିଗଣ କହିଥିଲେ।ଏହି ପରିପ୍ରେକ୍ଷିରେ ଏକ ଶୋଭାଯାତ୍ରା ସ୍ଥାନୀୟ ଦଣ୍ଡମାଳା ସାହି ଠାରୁ ନୂତନ ବସଷ୍ଟାଣ୍ଡ ପର୍ଯ୍ୟନ୍ତ କରାଯାଇଥିଲା । ଏହି ଶୋଭା ଯାତ୍ରାରେ ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ,ସ୍ଥାନୀୟ ଜନସାଧାରଣ ସାମିଲ ହୋଇଥିଲେ । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ବିନୋଦ ଚନ୍ଦ୍ର ଜେନା, ୱାୟ. ଦିଲେଶ୍ଵର ରାଓ, ବାବୁଲା ପୂଜାରୀ, ବାବାଜୀ ପ୍ରଧାନ, କେ.ରବି କୁମାର ଜି କରୀୟା ପ୍ରମୁଖ ଉପସ୍ଥିତ ଥିଲେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ବିଭାଗର କର୍ମଚାରୀ ସହଯୋଗ କରିଥିଲେ ।