ଓଡ଼ିଶା ସରକାରଙ୍କ ଦ୍ଵାରା ଜିଲ୍ଲା ସ୍ତରୀୟ ‘ମାଣ୍ଡିଆ ଦିବସ’ ଅନୁଷ୍ଠିତ

ଯାଜପୁର ତା୭/୧୧/୨୦୨୬ରିଖ ଯାଜପୁରରେ ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ ଯାଜପୁର ସୁଭଦ୍ରା ମଣ୍ଡପଠାରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାରଙ୍କ ଦ୍ଵାରା ଜିଲ୍ଲା ସ୍ତରୀୟ ‘ମାଣ୍ଡିଆ ଦିବସ’ ଅନୁଷ୍ଠିତ ହୋଇଯାଇଛି। “ସହନଶୀଳ ଖାଦ୍ୟ ପ୍ରଣାଳୀ ପାଇଁ ଗୋଷ୍ଠୀ ଭିତ୍ତିକ ବିହନ ବ୍ୟବସ୍ଥା ଓ କୃଷି ଜୈବ ବିବିଧତା” ବିଷୟବସ୍ତୁକୁ ନେଇ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

ଏହି ଉତ୍ସବରେ ଯାଜପୁରର ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ ) ଶ୍ରୀ ଶିବାନନ୍ଦ ସ୍ୱାଇଁ, ଯାଜପୁର ମୁନିସିପାଲିଟି ଅଧ୍ୟକ୍ଷା ଶ୍ରୀମତୀ ରଞ୍ଜୁଲତା ହୋତା, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ଗଣେଶ୍ୱର ବରାଳ, ଯାଜପୁର ଲୋକସଭା ସାଂସଦଙ୍କ ପ୍ରତିନିଧି ଶ୍ରୀଯୁକ୍ତ ଜିତେନ୍ଦ୍ର କୁମାର ବିଶ୍ବାଳ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଭାସ୍କର ଚନ୍ଦ୍ର ଦାସ, ବଡ଼ଚଣା କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଡଃ ଲଳିତ କୁମାର ମହାନ୍ତି, ସହକାରୀ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ଼ା. ସୁଶାନ୍ତ କୁମାର ବେହେରା ଏବଂ ସହକାରୀ ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀଯୁକ୍ତ ଗୋପୀନାଥ କର ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। କୃଷି ସହକାରୀ ନିର୍ଦ୍ଦେଶକ ଶ୍ରୀ ମନୋଜ କୁମାର ରାଉତ ସଭା ପରିଚାଳନା କରିଥିଲେ।